ଗୋଟିଏ ଦିନ ଥରିବ, ୬ ତାରିଖରୁ ବଢ଼ିବ ତାପମାତ୍ରା

ଭୁବନେଶ୍ବର : ଆଉ ଦିନେ ପ୍ରବଳ ଶୀତ। ୬ ତାରିଖରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ଏବେ ଉପକୂଳ ଅପେକ୍ଷା ଅଧିକ ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା। କାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ଜାଡ଼ ଜାରି ରହିବ । ଝାରସୁଗୁଡ଼ା, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେଉଛି । ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ଯକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢ଼ିବ। ପ୍ରଭାବରେ ଦୁଇ ଦିନ ପରେ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘନକୁହୁଡି ପାଇଁ ସତର୍କତା ଜାରି ହୋଇଛି ।