ସାରା ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ,ଆଜି ବି ତାଣ୍ଡବ ରଚିବ କାଳବୈଶାଖୀ

ଓଡିଶା : ସାରା ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ । ଉପାନ୍ତରୁ ଉପକୂଳ ହେଉଛି ଅଦିନିଆ ବର୍ଷା । ଆଜି ବି ଅସ୍ତବ୍ୟସ୍ତ କରିବ ଘଡଘଡି ବିଜୁଳି ସହ ଝଡ ପବନ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ । ଏଥିପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁରକୁ ଜାରି ହୋଇଛି ସତର୍କତା । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ସତର୍କ ରହିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ଏସଆରସି । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢିବ ।