spot_img

Latest Posts

ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ଅଛି। ପାଣିପାଗ ବିଭାଗ ପକ୍ଷରୁ ଏହି ଆକଳନ କରାଯାଇଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ। ଘୂର୍ଣ୍ଣିବଳୟ ପାଇଁ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ଆସନ୍ତା କାଲି ନୂଆପଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବ। ତେଣୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ବି ଅଛି। ଏହା ସହିତ ଆସନ୍ତାକାଲି ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେଓଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଜୋର୍ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ଏପରି ପାଣିପାଗ ଲାଗି ରହିବ।

Latest Posts

Don't Miss