ଆସନ୍ତାକାଲି କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର:  ଆସନ୍ତାକାଲି କେରଳ ଛୁଇଁବ ମୌସୁମୀ । ଏଥିପାଇଁ ପାଗ ଅନୁକୂଳ ଥିବା ବେଳେ ଜୁନ୍ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଓଡିଶାରେ ସକ୍ରିୟ ହେବ ମୌସୁମୀ । ଗତ ୨୦ ତାରିଖରେ ଆଣ୍ଡାମନ ସାଗରରେ ସକ୍ରୀୟ ହୋଇଥିଲା ମୌସୁମୀ । ଏପଟେ ବାତ୍ୟା ପରେ ଘାରିଛି କାଳବୈଶାଖୀ ଭୟ ।

ଆସନ୍ତା ୪ଦିନ ରାଜ୍ୟରେ ବର୍ଷିବ କାଳବୈଶାଖୀ ବର୍ଷା । ଆସନ୍ତା ୩ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ବେଳେ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଆଜି ଅପରାହ୍‌ଣରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତାକାଲି ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ୧ ତାରିଖ ଦିନ ରାଜ୍ୟର ୧୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

Leave a Reply