ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଆରମ୍ଭ

Weekend Shutdown Across City Of Odisha

ଭୁବନେଶ୍ୱର: ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି । ରାଜଧାନୀ ଭୁବନେଶ୍ୱରେ ଦୈନିକ ସଂକ୍ରମଣ ୧  ହଜାର ଟପିଥିବା ବେଳେ ରାଜ୍ୟରେ ୮ ହଜାର ଉପରେ ରହିଛି । ସଂକ୍ରମଣକୁ ଚେକ୍ ଦେବାକୁ ସରକାର ଲାଗୁ କରିଛନ୍ତି ରାତ୍ରୀକାଳୀନ କର୍ଫ୍ୟୁ ସହ ସପ୍ତାହନ୍ତ ସଟଡାଉନ୍ । ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଛି । ଶନିବାର ଓ ରବିବାର ୱିକେଣ୍ଡ ସଟଡାଉନ୍ ରହୁଥିବା ବେଳେ ସକାଳ ୫ଟାରୁ ୬ଟା ମର୍ଣ୍ଣିଂ ୱାକ୍ ପାଇଁ ରିହାତି ଦିଆଯାଇଛି ।

Weekend Shutdown Across City Of Odisha

ୱିକେଣ୍ଡ ସଟଡାଉନ୍ ସମୟରେ ଟିକାକରଣ ବନ୍ଦ କରାଯାଇଛି । ଏହି ଦୁଇଦିନ ଭ୍ୟାକିନେସନ ସେଣ୍ଟରକୁ ସାନିଟାଇଜ୍ କରାଯିବ । ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସେବାରେ ନିୟୋଜିତ ବ୍ୟକ୍ତିବିଶେଷଙ୍କୁ ଅନୁମତି ମିଳିବ । ଏଥିପାଇଁ ପାସର କୌଣସି ବ୍ୟବସ୍ଥା ନାହିଁ । ଯାଞ୍ଚ ବେଳେ କାର୍ଯ୍ୟ କରୁଥିବା ବିଭାଗ କିମ୍ବା ଅନୁଷ୍ଠାନର ପରିଚୟପତ୍ର ଦେଖାଇବାକୁ ପଡ଼ିବ ।

Weekend Shutdown Across City Of Odisha

କାହାକୁ ଅନୁମତି ?

ସପ୍ତାହନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ ।

ଜିଲ୍ଲା, ମହାନଗର ନିଗମ, ପୋଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ ।

ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ।

ଟେଲିକମ୍ ସର୍ଭିସ୍, ପେଟ୍ରୋଲ ପମ୍ପ୍ପ, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।

ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟତ କରିପାରିବେ ।

ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ।

ବିଦ୍ୟୁତ୍ ବିତରଣ, ମାଲପରିବହନ ଉପରେ କଟକଣା ରହିବ ନାହିଁ ।

ଶିଳ୍ପ ଉଦ୍ୟୋଗ, ନିର୍ମାଣ କାର୍ଯ୍ୟ ଜାରି ରହିବ ।

କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ ।

ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସ ଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ ।

ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ ।

ଆରବିଆଇ ଓ ଅନ୍ୟ ଆର୍ଥିକ ସଂସ୍ଥା କାର୍ଯ୍ୟ ଜାରି ରହିବ ।

ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ ।

ରାଜପଥ କଡ଼ରେ ଥିବା ହୋଟେଲ ଓ ଢାବା କେବଳ ପାର୍ସଲ ଦେଇପାରିବେ ।

କ୍ଷୀର ଦୋକାନ ଖୋଲା ରହିବ । ଫୁଡ୍ ଓ ଗ୍ରସରୀ ସାମଗ୍ରୀର ହୋମ୍ ଡେଲିଭରି ଦେଇ ହେବ ।

ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ।

Leave a Reply