ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଆରମ୍ଭ, ବିଭିନ୍ନ ସ୍ଥାନରେ ନାକା

1 min read
Weekend Shutdown In All City Of Across Odisha

ଭୁବନେଶ୍ୱର: ସଂକ୍ରମଣକୁ ଚେକ୍ ଦେବାକୁ ସପ୍ତାହନ୍ତ ସଟଡାଉନ୍ । ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ୱିକେଣ୍ଡ ସଟଡାଉନ୍ ବା ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଛି । ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଟପିଥିବା ବେଳେ ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ସହ ଶନିବାର ଓ ରବିବାର ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଛି ।

ସପ୍ତାହନ୍ତ ସଟଡାଉନ୍ ପାଇଁ କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରଯାଇଛି । କଟକରେ ୨୫ ଓ ଭୁବନେଶ୍ୱରର ୪୩ଟି ସ୍ଥାନରେ ପୋଲିସ ନାକାବାନ୍ଦୀ କରିଛି । ଏହି ସମୟରେ କେବଳ ଜରୁରୀକାଳୀନ ସେବାରେ ନିୟୋଜତି ବ୍ୟକ୍ତି ଘରୁ ବାହାରି ପାରିବେ । ଯାଞ୍ଚ ସମୟରେ ଅନୁଷ୍ଠାନ ପ୍ରଦତ୍ତ ପରିଚୟ ପତ୍ର ଦେଖାଇବାକୁ ପଡ଼ିବ । ପାସର କୌଣସି ବ୍ୟବସ୍ଥା ନାହିଁ ।

କାହାକୁ ଅନୁମତି ?

ସପ୍ତାହନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ ।

ଜିଲ୍ଲା, ମହାନଗର ନିଗମ, ପୋଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ ।

ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ।

ଟେଲିକମ୍ ସର୍ଭିସ୍, ପେଟ୍ରୋଲ ପମ୍ପ୍ପ, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।

ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟତ କରିପାରିବେ ।

ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ।

ବିଦ୍ୟୁତ୍ ବିତରଣ, ମାଲପରିବହନ ଉପରେ କଟକଣା ରହିବ ନାହିଁ ।

ଶିଳ୍ପ ଉଦ୍ୟୋଗ, ନିର୍ମାଣ କାର୍ଯ୍ୟ ଜାରି ରହିବ ।

କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ ।

ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସ ଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ ।

ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ ।

ଆରବିଆଇ ଓ ଅନ୍ୟ ଆର୍ଥିକ ସଂସ୍ଥା କାର୍ଯ୍ୟ ଜାରି ରହିବ ।

ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ ।

ରାଜପଥ କଡ଼ରେ ଥିବା ହୋଟେଲ ଓ ଢାବା କେବଳ ପାର୍ସଲ ଦେଇପାରିବେ ।

କ୍ଷୀର ଦୋକାନ ଖୋଲା ରହିବ । ଫୁଡ୍ ଓ ଗ୍ରସରୀ ସାମଗ୍ରୀର ହୋମ୍ ଡେଲିଭରି ଦେଇ ହେବ ।

ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ।

ମର୍ଣ୍ଣିଂ ୱାକ୍ ଏବଂ ସାଇକେଲ୍ ଚାଳନା ପାଇଁ ସକାଳ ୫ଟାରୁ ୬ଟା ଯାଏ ଅନୁମତି ।

ସାଧାରଣ ବଣ୍ଟନ ବ୍ୟବସ୍ଥା ଜାରି ରହିବ । ଛଅ ଫୁଟ୍ ଦୂରତା ରକ୍ଷା କରିବେ ।

Leave a Reply