୭୧ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି, ପୁରସ୍କୃତ ହେବେ ଶିକ୍ଷକ

1 min read

ଭୁବନେଶ୍ୱର: ୨୦୨୩-୨୪ରେ ଶିକ୍ଷା ବିଭାଗକୁ ୨୨ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକି ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ ରହିଛି । ଏନେଇ ପ୍ରେସମିଟ୍‌ କରି ସୂଚନା ଦେଇଛି ଗଣଶିକ୍ଷା ବିଭାଗ ।  ଗଣ ଶିକ୍ଷା ବିଭାଗରେ ୫୧ ହଜାର ୫୩୫ଟି ପଦବୀ ସୃଷ୍ଟି ହୋଇଛି ।

୫ ଜିଲ୍ଲାର ୨୨୧ ବହୁଭାଷୀ ଶିକ୍ଷକଙ୍କ ଦରମା ୫ହଜାର ୩୭୯କୁ ବୃଦ୍ଧି ପାଇଛି । ୧୯୨୦ ପ୍ରଶିକ୍ଷକ ଓ ପ୍ରଶିକ୍ଷକାଙ୍କ ମାସିକ ପାରିତୋଷିକ ବଢ଼ାଯାଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୭ ଛାତ୍ରାବାସ ପ୍ରତିଷ୍ଠା ପାଇଁ ଅର୍ଥ ମଂଜୁର ହୋଇଛି । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୩୯ କୋଟି ଟଙ୍କା ଦିଆଯାଇଛି ।

୭୧ ହଜାର ୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି । ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହ ସ୍କୁଲକୁ ମଧ୍ୟ ପୁରସ୍କୃତ କରାଯିବ । ଗ୍ରାମ ପଞ୍ଚାୟତ, ଏସଏଚଜିଙ୍କୁ ମଧ୍ୟ ପୁରସ୍କୃତ କରାଯିବ । ଛାତ୍ରଛାତ୍ରୀଙ୍କୁ ସାଇକେଲ ପାଇଁ ଦିଆଯିବ ସାଢ଼େ ୩ ହଜାର ଟଙ୍କା । ସ୍କୁଲ ୟୁନିଫର୍ମ ପାଇଁ ୬୦୦ ପରିବର୍ତ୍ତେ ଦିଆଯିବ ୧ ହଜାର ଟଙ୍କା । ଶିଶୁଲେଖା ପାଇଁ ଆର୍ଥିକ ବ୍ୟବସ୍ଥା କରାଯାଇଛି । ଛାତ୍ରଛାତ୍ରୀଙ୍କୁ ନୋଟବୁକ୍ ସହ ଡାଏରୀ ଦିଆଯିବା ସହ ନବନିଯୁକ୍ତ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।