ନବୀନ ସରକାରରେ ପ୍ରଥମ ଥର ସାମୁହିକ ଇସ୍ତଫା, କିଏ ଛାଡିଲେ ପଦବୀ ?

ଭୁବନେଶ୍ୱର: ପ୍ରଥମ ଥର ମାଷ୍ଟରଷ୍ଟ୍ରୋକ ଖେଳିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  । ସାମୁହିକ ମନ୍ତ୍ରୀ ପ୍ରଦାନ କରିଛନ୍ତି ଇସ୍ତଫା ପତ୍ର  । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ  । ତେବେ କେଉଁ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଓ କେଉଁ ପଦବୀରେ ସେମାନେ ରହିଥିଲେ  । ମିଳିଥିବା ସୂଚନା ମୁତାବକ ମନ୍ତ୍ରୀମଣ୍ଡଳରେ ଥିବା ସମସ୍ତ ୨୦ ଜଣ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି  । ଏଥିସହିତ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି  । ଆସନ୍ତୁ ପଢିବା..

ଆଜି ଇସ୍ତଫା ଦେଇଥିବା ମନ୍ତ୍ରୀମାନେ ହେଉଛନ୍ତି କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଇସ୍ତଫା ଦେଇଛନ୍ତି , ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଇସ୍ତଫା ଦେଇଛନ୍ତି  ।

 

ଖାଦ୍ୟ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଏସସି, ଏସଟି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ଓଡ଼ିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ।