ଅଧା ଓଡ଼ିଶାରୁ ଅପସରିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

1 min read
Withdrawal Of Southwest Monsoon Over Some More Parts of Odisha

ଭୁବନେଶ୍ୱର: ଓଡ଼ିଶାରୁ ଫେରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ୧୨ ତାରିଖ ସୁଦ୍ଧା ଅର୍ଦ୍ଧାଧିକ ଓଡ଼ିଶାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି । ଆଜି ସୁନ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରୁ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଫେରିଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରୁ ଫେରିଛି ।

Image

ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୪୮ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚି ପାରେ ।

ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲ୍ଲାରେ ସାମାନ୍ୟ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି । ସେହିଭଳି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ନାହିଁ ।

୧୫ ତାରିଖରେ ବର୍ଷା ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ୧୬ ତାରିଖରେ ପ୍ରବଳ ବର୍ଷା ନେଇ ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କନ୍ଧମାଳକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୧୮ଟି ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ଆଶଙ୍କା ରହିଛି ।

Leave a Reply