୧୨ ଘଣ୍ଟାରେ ବାତ୍ୟାର ରୂପ ନେବ ଲଘୁଚାପ
1 min read
ଭୁବନେଶ୍ବର: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଏହା ବାତ୍ୟାର ରୂପ ନେବ ।
ଏବେ ପୋର୍ଟବ୍ଳେୟାରଠାରୁ ୧୧୦ କିଲୋମିଟର ପୂର୍ବ-ଉତ୍ତର-ପୂର୍ବ ଦିଗରେ ରହିଛି ଲଘୁଚାପ । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା । ବାଂଲାଦେଶ ଓ ମିଆଁମାର ଉପକୂଳରେ ଏହା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଇଛି । ତେବେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ନଥିବା ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।