ଢେଙ୍କାନାଳରେ ଲଜ୍ଜା, ୨୨ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳରେ ଲଜ୍ଜା । ୨୨ ବର୍ଷୀୟ ଯୁବତୀଙ୍କୁ ଅଙ୍ଗନବାଡ଼ି ଛାତ ଉପରକୁ ଟେକି ନେଇ ବାରମ୍ବାର ଗଣଦୁଷ୍କର୍ମ ଅଭିଯୋଗ। ୭ ଜଣ ଯୁବକ ଦୁଷ୍କର୍ମ କରିଥିବା ନେଇ ହୋଇଛି ଅଭିଯୋଗ। ବାପା ଆଗରେ ଝିଅକୁ ଟେକି ନେଇ ବାରମ୍ବାର କରୁଥିଲେ ଦୁଷ୍କର୍ମ। ବାପା ମାନସିକ ରୋଗୀ ହୋଇଥିବା ସୂଚନା ମିଳିଛି। ଯୁବତୀଜଣକ ୭ ମାସର ଗର୍ଭବତୀ ଥିବା ଜଣାପଡ଼ିଛି।କିଛିଦିନ ହେବ ପ୍ରତ୍ୟେକ ଦିନ ଯୁବତୀଙ୍କୁ ରାତିରେ ଗଣଦୁଷ୍କର୍ମ କରାଯାଉଥିବା ଅଭିଯୋଗ ହୋଇଛି। ଯୁବତୀଙ୍କୁ ପୋଲିସ ଉଦ୍ଧାର କରି ସଖୀ କେନ୍ଦ୍ରରେ ରଖିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଭାପୁର ଫାଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଛି।