ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ପାଇଁ ଅନୁକୂଳ ହେବ କାଠ
1 min read
ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବା ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ଅକ୍ଷୟ ତୃତୀୟା ପାଇଁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ କାର୍ଯ୍ୟ ଚୂଡାନ୍ତ କରାଯାଇଛି l ସୂଚନା ଅନୁଯାଇ ଅକ୍ଷୟ ତୃତୀୟା ଓ ୨୧ ଦିନଧରି ଚାଲିବାକୁ ଥିବା ବାହର ଚନ୍ଦନ ଯାତ୍ରା ପାଇଁ ନୀତିନିର୍ଘଣ୍ଟ ନିଶ୍ଚିତ ହୋଇସାରିଛି । ଚନ୍ଦନ ଯାତ୍ରା ପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ । ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଏବଂ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ । ଭକ୍ତଙ୍କ ଭିଡକୁ ନଜରରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷରେ ଅକ୍ଷୟ ତୃତୀୟ ଅବସରରେ ରଥ ଯାତ୍ରା ପାଇଁ ୩ଟି ଧଉରା କାଠ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ରଖାଯିବା ସହ ରଥ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ କରାଯିବ । ବନଯାଗ ପଦ୍ଧତିରେ ସ୍ରୋତୀୟ ବ୍ରାହ୍ମଣ,ଦେଉଳ ପୁରୋହିତ ଙ୍କ ଦ୍ୱାରା ପୂଜାଅର୍ଚନା କରାଯିବ ଏବଂ ସ୍ୱତ୍ରନ୍ତ୍ର ଭାବେ ନିର୍ମିତ କୁରାଡ଼ିରେ ଧଉରା କାଠ କୁ ସ୍ପର୍ଶ କରାଯାଇ ରଥ କାର୍ଯ୍ୟ ର ଶୁଭାରମ୍ଭ କରାଯିବ l……