ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେବି ସକ୍ରିୟ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

1 min read

ଭୁବନେଶ୍ୱର:   ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାସହ ଏକ ଟ୍ରପ୍ ଲାଇନ୍ ଫିରୋଜପୁରରୁ ବାହାରି ଦିଲ୍ଲୀ, ବାରଣାସୀ, ରାଞ୍ଚି, କେନ୍ଦୁଝର ଦେଇ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ପ୍ରଭାବରେ ଆଜି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, କନ୍ଧମାଳ, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହାସହ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଲଘୁଚାପ ଯୋଗୁ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଲଘୁଚାପର ପ୍ରଭାବ କମିଯିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଥିବାରୁ ଏବେ ବି ବିଭିନ୍ନ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଜୁନ୍ ୧ ତାରିଖରୁ ଅଗଷ୍ଟ ୧୭ ପର୍ଯ୍ୟନ୍ତ ରାଜ୍ୟରେ ୫୫୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷାଠାରୁ ୨୯ ପ୍ରତିଶତ କମ୍ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୩ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୭ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି । ବାଇଟ୍- ଉମାଶଙ୍କର ଦାସ, ପାଣିପାଗ ବିଜ୍ଞାନୀ

Leave a Reply