ପୌର ନିର୍ବାଚନରେ ଇଭିଏମ୍ ସହ ବ୍ୟବହାର ହେବ ୨ଟି ରଙ୍ଗର ବାଲାଟ୍

Yellow And Pink Ballot To Be Use In Odisha Municipal Elections Along EVM

ଭୁବନେଶ୍ୱର: ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪ ହଜାର ୫୮୪ଟି ବୁଥରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ । ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ରହିବ । ବାଲାଟ୍ ପେପରର ସବାଶେଷରେ ନୋଟା ବଟନ୍ ରହିବ । ନିର୍ବାଚନ ମଇଦାନରେ ଭୋଟରଙ୍କ ମନ ପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ । ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥରେ ଦୁଇଟି ଲେଖାଏ ଇଭିଏମ୍ ରହିବ ।

ସେଥିରୁ ଗୋଟିଏ କର୍ପୋରେଟର/କାଉନସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ । କର୍ପୋରେଟର/କାଉନସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ୍ ପେପର ଓ ଅଧକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍ ପେପର ବ୍ୟବସ୍ଥା କରାଯିବ । ଏତଦବ୍ୟତୀତ ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର/କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବ ।

Yellow And Pink Ballot To Be Use In Odisha Municipal Elections Along EVM

ଏହା ଦ୍ଵାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏରେ ଭୋଟ ଦେବାକୁ ହେବ ତାହା ସହଜରେ ଭୋଟରମାନେ ଜାଣିପାରିବେ । ପ୍ରତ୍ୟେକ ବୁଥ୍ ମଧ୍ୟରେ ମତଦାନ କରିବା ନିମନ୍ତେ ୨ଟି ମତଦାନ ପ୍ରକୋଷ୍ଠ ରହିବ । ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ/ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ । ଦ୍ୱିତୀୟ ପ୍ରକୋଷ୍ଠରେ କର୍ପୋରେଟର/କାଉନସିଲର ପଦବୀ ନିମନ୍ତେ ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି ।

ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲାଟ ପେପର ସୁବିଧା କରାଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ବଛାବଛା ମାଷ୍ଟର ଟ୍ରେନରମାନଙ୍କର ଦୁଇଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ଶେଷ ହୋଇଛି । ପୌର ନିର୍ବାଚନ ପାଇଁ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ୱାର୍ଡ ପୁନର୍ଗଠନ, ବୁଥ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ ଅନୁମୋଦନ କରିସାରିଛନ୍ତି ।

Leave a Reply