spot_img

Latest Posts

ପୁଣି ଭିଜିବ ଓଡ଼ିଶା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ଭିଜିବ ଓଡ଼ିଶା। କାଳବୈଶାଖୀ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ବେଳେ ପବନର ବେଗ ଘଣ୍ଟା ପ୍ରତି ୩୦କିମି ରହିବା ସମ୍ଭାବନା ରହିଛି।

କାଳବୈଶାଖୀ ଜନିତ ଝଡ଼ବର୍ଷା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ  ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ।

ସେପଟେ ଆସନ୍ତା ୬ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ୪୮ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ ସେନେଇ ସ୍ପଷ୍ଟ ହୋଇନି। ସେପଟେ ଆମେରିକାନ୍ GFS ମଡେଲରେ ୧୧ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ଆକଳନ କରାଯାଇଛି।

Latest Posts

Don't Miss