ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା

1 min read
Yellow Warning To 18 District For Heavy Rain

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବେ ଉତ୍ତରଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ସହ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ୨୦ ତାରିଖ ସକାଳ ୮ଟା ୩୦ ଯାଏଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡା, ବଲାଙ୍ଗିର, ସୋନପୁର ଜିଲ୍ଲାକୁ ଆଲର୍ଟ କରାଯାଇଛି । ସେହିଭଳି ୨୧ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ବଲାଙ୍ଗିରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Image

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ର ଲହୁଣୀପଡ଼ାରେ ସର୍ବାଧିକ ୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୨୧ରୁ ୨୪ ତାରିଖ ମଧ୍ୟରେ ଆସ୍ତେ ଆସ୍ତେ ବର୍ଷାର ପରିମାଣ କମିବ । ସ୍ୱାଭାବିକ ବର୍ଷା ଠାରୁ ୧୨ ପ୍ରତିଶତ କମ୍ ବର୍ଷା ହୋଇଛି ।

Leave a Reply