ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ବଢୁଛି ତାତି । ସଭିଙ୍କ ନଜର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସର ପ୍ରାର୍ଥୀଙ୍କ ଉପରେ । ଆସନ୍ତୁ ନଜର ପକାଇବା କେଉଁ ଦଳ କେତେ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବିଜେଡି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ । ଏବେ ଆଉ ୩ ଜଣ ପ୍ରାର୍ଥୀ ଘୋଷଣା ବାକି ରହିଛି । ସେହିପରି କଂଗ୍ରେସ ଏଯାଏଁ ୧୪୬ ଜଣଙ୍କ ନାଁ ଘୋଷଣା କଲାଣି । ବିଜେପି ଏଯାଏଁ ୧୪୦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବିଜେପି ଆଉ ୭ଟି ଆସନରେ ଏବଂ କଂଗ୍ରେସ ୧ ଆସନରେ ପ୍ରାର୍ଥୀ ଦେବାକୁ ବାକି ଅଛି । ସେହିପରେ ଲୋକସଭାରେ ଉଭୟ ବିଜେଡି ଓ ବିଜେପି ସମସ୍ତ ୨୧ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ କଂଗ୍ରେସ ୨୦ଟି ଆସନରେ ପ୍ରାର୍ଥୀ ଦେଇଛି । କେବଳ ମୟୂରଭଞ୍ଜ ଲୋକସଭା ଆସନ ପାଇଁ କଂଗ୍ରେସ ଏଯାଏ ପ୍ରାର୍ଥୀ ଘୋଷଣା କରିନି ।

